ଧର୍ମଶାଳା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସ୍ଥିତି ସମୀକ୍ଷା
ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାରେ ଡାଇରିଆ ସ୍ଥିତି ଚିନ୍ତା ଜନକ ହୋଇଥିଲା ବେଳେ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ଧର୍ମଶାଳା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ସ୍ଥିତି ସମୀକ୍ଷା କରିବା ସହିତ ରୋଗୀ ମାନଙ୍କ ସହିତ ଆଲୋଚନା କରିଛନ୍ତି । ଏହି ଅବସରରେ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା । ବଡ଼ଚଣା ବିଧାୟକ ଅମର ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଏବଂ ଯାଜପୁର ଜିଲ୍ଲାପାଳ ପି. ଅନ୍ୱେଶା ରେଡ୍ଡୀ ଉପସ୍ଥିତ ଥିଲେ ।
ସ୍ୱାସ୍ଥ୍ୟକେନ୍ଦ୍ରର ଦାୟିତ୍ୱରେ ଥିବା ଡାକ୍ତର ଏବଂ ଅନ୍ୟ ଅଧିକାରୀ ମାନଙ୍କ ସହ ହଇଜା ସମ୍ପର୍କିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହ ରୋଗୀ ମାନଙ୍କୁ ଉତ୍ତମ ଚିକତ୍ସା ସେବା ଯୋଗାଇଦେବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
The post ଧର୍ମଶାଳା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସ୍ଥିତି ସମୀକ୍ଷା appeared first on orissaleads.
News