ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହଲିଙ୍ଗ ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି । ଏହି ଅବସରରେ ସେ ବିଭିନ୍ନ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇ ରୋଗୀ ଓ ଡାକ୍ତରଙ୍କ ସହିତ ଆଲୋଚନା କରିଛନ୍ତି । ଏହା ପରେ ସେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସେଠାରେ ସ୍ଥିତି ପରଖିବା ସହିତ ରୋଗୀ ମାନଙ୍କ ସହିତ ଆଲୋଚନା କରିଥିଲେ । ଏହା ପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଡାଇରିଆ ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ।
ଏହି ଅବସରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାଇରିଆ ସମ୍ବନ୍ଧରେ ଘରେ ଘରେ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇ ଲୋକଙ୍କୁ ସଜାଗ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଗ୍ରାଉଣ୍ଡ ଜିରୋରେ ପାନୀୟ ଜଳ ବିଶୋଧନ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବା, ପ୍ରତ୍ୟେକ ଗ୍ରାମରେ ଆଶା ଓ ଅଙ୍ଗନାବାଡି କର୍ମୀ ସଚେତନତା ବାର୍ତ୍ତା ବାଣ୍ଟିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ।
ଏହି ସମୀକ୍ଷା ବୈଠକରେ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଆକାଶ ଦାସ ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ବଡ଼ଚଣା ବିଧାୟକ ଅମର ନାୟକଙ୍କ ସମେତ ଜିଲ୍ଲା ତଥା ରାଜ୍ୟ ସ୍ତରୀୟ ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ ।
The post ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ appeared first on orissaleads.
News