ମୁମ୍ବାଇରୁ ୧୨ରେ ଓଡ଼ିଶା ଫେରିବେ ନବୀନ ପଟ୍ଟନାୟକ
ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତ ମାସ ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆସନ୍ତା ୧୨ ତାରିଖରେ ଓଡ଼ିଶା ଫେରିବେ। ୧୨ ତାରିଖ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅପରାହ୍ନ ୧ଟାରେ ପହଞ୍ଚିବେ ବୋଲି ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅସ୍ତ୍ରୋପଚାର ପରେ ନବୀନ ପଟ୍ଟନାୟକ ଗତ ୭ ତାରିଖ ଦିନ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଡିସଚାର୍ଜ ବେଳେ ନବୀନ ହସ୍ପିଟାଲର ସମସ୍ତ ଡାକ୍ତରୀ ଟିମ୍ଙ୍କୁ ଧନ୍ୟବାଦ ଜଣାଇଥିଲେ ଏଥିସହ ଓଡ଼ିଶାବାସୀ, ଶୁଭେଚ୍ଛୁଙ୍କ ସମେତ ସଭିଙ୍କ ଶୁଭେଚ୍ଛା ବାର୍ତ୍ତା ଓ ମଙ୍ଗଳ କାମନା ପାଇଁ ସେ କୃତଜ୍ଞତା ଜଣାଇଛନ୍ତି।
The post ମୁମ୍ବାଇରୁ ୧୨ରେ ଓଡ଼ିଶା ଫେରିବେ ନବୀନ ପଟ୍ଟନାୟକ appeared first on orissaleads.
News