ପୁଣି ଲଘୁଚାପ ଆଣିବ ବର୍ଷା, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୁଣି ଆଉ ଏକ ଲଘୁଚାପ ଆସିବାର ସମ୍ଭାବନା ସୃଷ୍ଟି ହୋଇଛି । ଚଳିତ ମାସ ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ଆଗାମୀ ୫ ଦିନ ପାଇଁ ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

The post ପୁଣି ଲଘୁଚାପ ଆଣିବ ବର୍ଷା, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା appeared first on orissaleads.

News