“ମୋନ୍ଥା”ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା “ମୋନ୍ଥା” ପ୍ରଭାବରେ ରାଜ୍ୟର ବୁଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା କରିଛି ପାଣିପାଗ ବିଭାଗ । ୨୮ରୁ ଓଡ଼ିଶାରେ ମୋନ୍ଥାର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ ବିଭାଗ କହିଛି । ଆସନ୍ତା ୨୮ ଓ ୨୯ ଦୁଇ ଦିନ ଧରି ରାଜ୍ୟରେ ଅତି ଭୀଷଣ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ । ଏ ନେଇ ୫ ଜିଲ୍ଲାକୁ ବି ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କିମି ବେଗରେ ପବନ ବହିବାର ବି ସମ୍ଭାବନା ଅଛି । ୨୮ ତାରିଖରେ ଅତି ଭୀଷଣ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିଲା ବେଳେ ଆଜି ସନ୍ଧ୍ୟାରୁ କିଛି ସ୍ଥାନରେ ବର୍ଷା ସହିତ ହାଲକା ପବନ ବହିବା ଆରମ୍ଭ କରିଛି ।

ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀକୁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ଅଧିକ ବର୍ଷା ଫଳରେ ଧାନ ଓ ପନି ପରିବା ନଷ୍ଟ ହେବା ଆଶଙ୍କା ରହିଛି। ବାତ୍ୟା ମୋନ୍ଥା ପ୍ରଭାବରେ ସମୁଦ୍ର ଭୀଷଣ ଅଶାନ୍ତ ରହିବ। ଏଥିପାଇଁ ୨୬ ତାରିଖରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଥିବା ବେଳେ ଯେଉଁମାନେ ସମୁଦ୍ରରେ ଅଛନ୍ତି ସେମାନଙ୍କୁ ୨୬ ସୁଦ୍ଧା ଫେରି ଆସିବାକୁ କୁହାଯାଇଛି।

The post “ମୋନ୍ଥା”ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା appeared first on orissaleads.

News