ଭେଙ୍କଟେଶ୍ୱର ମନ୍ଦିରରେ ଦଳାଚକଟାରେ ୯ ମୃତ, ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା

ଓଡ଼ିଶା ଲିଡ୍ସ(ବ୍ୟୁରୋ):ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ବର ମନ୍ଦିରରେ ଦଳାଚକଟାରେ ନଅ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା ରହିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଶ୍ରଦ୍ଧାଳୁଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ଭେଙ୍କଟେଶ୍ବର ମନ୍ଦିରରେ ଘଟିଛି ବଡ ଅଘଟଣ। ଆଜି ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର କାସିବୁଗା ସହରରେ ଥିବା ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏହି ଆଘଟଣ ଘଟିଛି ।
ଏକାଦଶୀ ଉପଲକ୍ଷେ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ଏହି ସମୟରେ ଦଳାଚକଟା ହୋଇଥିଲା । ଉଦ୍ଧାର କାର୍ଯ୍ୟ ଜାରି ରହିଛି ଏବଂ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି।

The post ଭେଙ୍କଟେଶ୍ୱର ମନ୍ଦିରରେ ଦଳାଚକଟାରେ ୯ ମୃତ, ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା appeared first on orissaleads.

News