ବରିଷ୍ଠ ଆଇପିଏସ ଅଧିକାରୀ କୁଳମଣି ଦେଓଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବରିଷ୍ଠ ଆଇପିଏସ ଅଧିକାରୀ କୁଳମଣି ଦେଓଙ୍କ ଦେହାନ୍ତ ହୋଇ ଯାଇଛି । ଏହି ଖବର ପାଇ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି ସ୍ୱର୍ଗତ ଦେଓ ଜଣେ ଦକ୍ଷ ପୋଲିସ ଅଧିକାରୀ ଭାବେ ଖୁବ ଲୋକପ୍ରିୟ ଥିଲେ । ତାଙ୍କ ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ପରିବାର ବର୍ଗଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି ଇଂ ଘଡାଇ ।

The post ବରିଷ୍ଠ ଆଇପିଏସ ଅଧିକାରୀ କୁଳମଣି ଦେଓଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ appeared first on orissaleads.

News